04 ଜାନୁଆରୀ 2020 ଶନିବାର ରାଶିଫଳ : ଏହି ସବୁ ରାଶିଙ୍କ ଉପରେ ଆଜିଠୁ ଶନି ଦେବଙ୍କ କୋପ ଦୃଷ୍ଟି ପଡିବ

rasiphala1

ମେଷ : ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ । ଏହା ଆପଣଙ୍କୁ ଖୁସି ଆଣି ଦେବ । ସ୍ଵାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ। ମାନସିକ ସୁସ୍ଥତା କମ ରହିପାରେ। କୋର୍ଟ-କଚେରୀର ଝିନଝଟରେ ପଡ଼ନ୍ତୁନାହିଁ। ଅନୁଚିତ ସ୍ଥାନରେ ପୁଞ୍ଜି ନିବେଶ ନ ହେଉ, ଏହାର ଧ୍ୟାନ ରଖିବେ। ପରିବାରର ସଦସ୍ୟ ବିରୋଧୀ ବ୍ୟବହାର କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ରହିବ, ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ। ଧନ ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ।ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ : ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।  ଆଜି ଆପଣ ପାରିବାରିକ ତଥା ସାମାଜିକ କଥାଗୁଡ଼ିକରେ ବିଶେଷ ଲିପ୍ତ ରହିବେ। ମିତ୍ରମାନଙ୍କ ସହ ଭେଟ ହେବ ଏବଂ ତାଙ୍କ ପଛରେ ଖର୍ଚ୍ଚ କରିବାକୁ ପଡ଼ିପାରେ। ରମଣୀୟ ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ଅଛି। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ଇଚ୍ଛୁକଙ୍କୁ ଭଲ ଜୀବନସାଥୀ ମିଳିବାର ଯୋଗ ଅଛି।ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମିଥୁନ : ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ । ପରିବାର ଲୋକଙ୍କ ସାଙ୍ଗରେ କେଉଁଠି ବୁଲିବାକୁ ଗଲେ ଆପଣଙ୍କ ସମ୍ପର୍କ ଆହୁରି ଘନିଷ୍ଠ ହେବ । ମନେରଖନ୍ତୁ ନିଜକୁ ସ୍ଫୁର୍ତ୍ତି ରଖିବାକୁ ହେଲେ ପରିବାର ଲୋକଙ୍କ ସାଙ୍ଗରେ ସମୟ କଟାନ୍ତୁ ।ଏହା ଠାରୁ ଭଲ ରାସ୍ତା ଆପଣଙ୍କ ପାଖରେ ନାହିଁ । ନୂଆ କାର୍ଯ୍ୟ କରିବାକୁ ପ୍ରେରଣା ମିଳିବ ଏବଂ ଆପଣ ତାକୁ ପ୍ରାରମ୍ଭ କରି ପାରିବେ। କୌଣସି ଧାର୍ମିକ ସ୍ଥଳକୁ ଯାଇ ଆପଣଙ୍କ ମନ ଭକ୍ତିମୟ ହୋଇଯିବ। ଲମ୍ବା ଯାତ୍ରାର ଯୋଗ ଅଛି। ସ୍ନେହୀଜନ କିମ୍ବା ମିତ୍ରମାନଙ୍କଠାରୁ ଶୁଭ ସମାଚାର ମିଳିବ। ବିଦେଶ ଯିବାର ସମ୍ଭାବନା ଅଛି। ବ୍ୟାପାରରେ ଆର୍ଥିକ ଲାଭ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟମ ଧରଣର ରହିବ।ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:– ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା । ଆଜି ଆପଣ କୌଣସି ପାରିବାରିକ ସମାରୋହରେ ଖୁବ୍ ଜମେଇକି ନାଚ଼ିବେ । ଆଜି କାଲି ଆପଣଙ୍କ ସମ୍ପର୍କୀୟ ସଭିଙ୍କ ସହ ମଧୁର ଅଛି, ତେଣୁ ଆପଣଙ୍କୁ ନିଜ ଲୋକଙ୍କ ଠାରୁ ବହୁତ ଖୁସି ମିଳିବ । ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ପ୍ରତିକାର :- ପଙ୍ଗୁ ଭିକାରୀକୁ ଖାଦ୍ୟ ଦିଅନ୍ତୁ।

ସିଂହ:– ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା । ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ପରୀକ୍ଷା ପ୍ରତିଯୋଗିତାରେ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର :- ବିଧବାଙ୍କୁ ସାହାଯ୍ୟ କରନ୍ତୁ।’

କନ୍ୟା:– ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ । ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ। ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ। ପ୍ରତିକାର :- ଅନ୍ଧ ଭିକାରୀଙ୍କର ସେବା କରନ୍ତୁ।

ତୁଳା – ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ ।  । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନ ଅନୁକୂଳ ଅଟେ। ସ୍ଵଭାବର ଦୂରପଣ ଛାଡ଼ିକରି ଆଗକୁ ବଢ଼ିବେ ତେବେ ଅନେକ ସମସ୍ୟାର ନିରାକରଣ ହେବାପରି ଦେଖାଯିବ,ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା – ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା । ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଛୋଟ ଯାତ୍ରାର ଯୋଗ ଅଛି। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ ବିତିବ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ – ଆଜି ଆପଣଙ୍କର ବାହାରକୁ ଯାଇ ଲୋକମାନଙ୍କ ସହ ସାକ୍ଷାତ କରିବାପାଇଁ ଇଛାହେବ । ଆଜି ଆପଣ ଦ୍ୱିଧାରେ ଅଛନ୍ତି । ଆପଣ ନିଜ ବନ୍ଧୁଙ୍କ ସହ ବାହାରକୁ ବୁଲିବା ପାଇଁ ଯାଆନ୍ତୁ ।  ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ ।ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ଆମୋଦ-ପ୍ରମୋଦ ସମ୍ବନ୍ଧିତ ବସ୍ତୁକୁ କିଣିବା ଯୋଗୁଁ କ୍ରେତାଙ୍କର ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି। ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ।ଆପଣଙ୍କ କାମରେ ଭଲ ବୃଦ୍ଧି ହେବ। ସ୍ଵାସ୍ଥ୍ୟ ପାଇଁ ଆଜିର ଦିନ ଭଲ।ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମକର – ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଅଟେ ।ବହୁତ ମଜା କରନ୍ତୁ ଆଜି ଆପଣଙ୍କର ଭାବନା ସ୍ଥିର ରହିବ ଏବଂ ଆପଣ ବହୁତ ଆନନ୍ଦ ଅନୁଭବ କରିବେ । ଆଜି ଆପଣଙ୍କର ଆତ୍ମବିଶ୍ୱାସ ଦୃଢ଼ ଅଛି ,ତେଣୁ ଏହି ସମୟର ସଦୁପଯୋଗ କରନ୍ତୁ । ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି । ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ଆଜିର ଦିନ ଭଲ ଅଟେ। ପ୍ରିୟ ବ୍ୟକ୍ତିଙ୍କ ସହିତ ହୋଇଥିବା ଭେଟ ଆନନ୍ଦଦାୟୀ ରହିବ। ଭାଗ୍ୟବୃଦ୍ଧି ହେବ। ସାମାଜିକ ରୂପରେ ମାନ-ସମ୍ମାନ ପ୍ରାପ୍ତି ହେବ,ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

କୁମ୍ଭ – ଆଜି ଆପଣ ଅନ୍ୟମାନଙ୍କ ଆଗରେ ନିଜର ପରିଚ଼ୟ ଭଲ କରିବାକୁ ଚ଼ାହିଁବେ ଆପଣ ଅନ୍ୟକୁ ବଦଳାଇବାକୁ ଚ଼ାହିଁବା ଅପେକ୍ଷା ନିଜେ ବଦଳିଯିବା ଠିକ୍ ହେବ ଏବଂ ଏହି ବଦଳିବାର ଭାବନା ଆପଣଙ୍କ ମନରୁ ହେବା ଜରୁରୀ ଅଟେ ।  ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱକୁ ଜାଣିପାରିବେ । ଆଜି ଆପଣ ଆତ୍ମ ବିଶ୍ଳେଷଣ କରିବେ ଏବଂ ଏଥିପାଇଁ ଏହା ନିଶ୍ଚୟ ସଠିକ ସମୟ । ପ୍ରଣୟ-ପ୍ରସଙ୍ଗ ପାଇଁ ଆଜିର ଦିନ ଅନୁକୂଳ ଅଟେ। ତଥାପି ମଧ୍ୟ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ। କିନ୍ତୁ ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ। ମାନସିକ ରୂପରେ ପ୍ରସନ୍ନ ଏବଂ ଫୁର୍ତ୍ତିର ଅନୁଭବ ହେବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି,ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

ମୀନ – ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି । ବ୍ୟବସାୟର ବାତାବରଣ ଅନୁକୂଳ ରହିବ। ମା’ ଘରୁ ଗୃହିଣୀମାନଙ୍କୁ ଭଲ ଖବର ମିଳିବ। ପାରିବାରିକ ବାତାବରଣ ମଧ୍ୟ ଅନୁକୂଳ ରହିବ। ଶତ୍ରୁମାନଙ୍କୁ ମଧ୍ୟ ଅଧିକ ଲାଭ ପ୍ରାପ୍ତି ହେବ ନାହିଁ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *