31 ଜୁଲାଇ 2020 ଶୁକ୍ରବାର ରାଶିଫଳ – କେମିତି କଟିବ ଆଜିର ଦୀନ , କଣ ରହିଛି ଭାଗ୍ୟରେ

rasiphala2

ମେଷ- ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ପାରିବାରିକ ଜୀବନରେ ସ୍ଵାମୀସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳହେବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

ବୃଷ- କର୍ମକ୍ଷେତ୍ରରେ ସଫଳତା ଓ ଚାକିରିରେ ପଦୋନ୍ନତି ହେବାର ସୂଚନା ପାଇବେ। ସନ୍ତାନ ସନ୍ତତି ମାନଙ୍କରଶୁଭ ଖବର ପାଇ ଖୁସିହେବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନଙ୍କର ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଜିବ। ମୁଖରୋଗ ଓ ପୁରାତନରୋଗ ପ୍ରକୋପରେ ହଇରାଣ ହେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:- ବ୍ୟବସାୟରେ ଲାଭ ହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆର୍ଥିକ ଅନାଟନ ଦେଖା ଦେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର : ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

rasi2

କର୍କଟ:- ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

ସିଂହ:– ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ଦୀର୍ଘ ଦୀନରୁ ପଡିରହିଥିବା କୌଣସି କାର୍ଯ୍ୟ ଆଜି ଫଳ ପଦ ହେବ, ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହେବେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:– ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ।

rasi3

ତୁଳା:– କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:– ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିବା ଫଳରେ ସହକର୍ମୀମାନେ ଆଶ୍ଚର୍ଯ୍ୟ, ଚକିତ ହେବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ଅନ୍ୟାନ୍ୟ ଲୋକ ଆପଣଙ୍କ ଭାଗ୍ୟକୁ ଈର୍ଷା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ପ୍ରତିକାର– ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ- ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ମାନ-ପ୍ରତିଷ୍ଠା ବଢିବ। ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

rasi4

ମକର- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ମହିଳାମାନଙ୍କର ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ- କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଓ କର୍ମର ଚାପ ବଢିବାଦ୍ଵାରା କଷ୍ଟପାଇବେ। ମହିଳାମାନେ କର୍ମ ଓ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ରାଜନୀତି କ୍ଷେତ୍ରରେ ଅନ୍ତରଙ୍ଗ ବ୍ୟକ୍ତି ବିଶ୍ୱାସଘାତକତା କରିବେ। ଅଯଥାରେ ଧନନାଶ ହେବ। ଦୁର୍ଘଟଣାଗ୍ରସ୍ତ, ହାଡ଼ସମ୍ବନ୍ଧୀୟ ଦୁର୍ଘଟଣା ଘଟିବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ- ବ୍ୟବସାୟ କ୍ଷେତ୍ରରେ ଯଶମାନ ପ୍ରତିଷ୍ଠା ମିଳିବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଚାକିରୀରେ ପଦୋନ୍ନତି ହବାର ସୁଯୋଗ ପାଇବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିବ। ପାରିବାରିକ ଜୀବନ ସୁଖରେ କାଟିବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

Leave a Reply

Your email address will not be published. Required fields are marked *