02 ଅଗଷ୍ଟ 2020 ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ , କଣ ରହିଛି ଭାଗ୍ୟରେ

rasiphala2

ମେଷ : ଆଜି ଯେଉଁ ପର୍ଯ୍ୟନ୍ତ ଆପଣଙ୍କର ବ୍ୟବସାୟିକ ଉଦ୍ଦେଶ୍ୟର ପ୍ରଶ୍ନଅଛି ତେବେ ଆପଣଙ୍କର ରାଶି ଭଲ ରହିବ । ଆପଣଙ୍କୁ ଏହି ଜୀବନରେ ସବୁକିଛି ମିଳିପାରିବ ଯଥା ସାଙ୍ଗ, ସାଥୀ, ପରିବାର, ପଇସା ଏବଂ ସଫଳତା । ଆଜିର ଦିନ ଆପଣଙ୍କପାଇଁ ଶୁଭଫଳଦାୟୀ ଅଟେ। ଆଜି ଆପଣଙ୍କ ମନୋବଳ ଏବଂ ଆତ୍ମବିଶ୍ଵାସରେ ଦୃଢ଼ତା ଅନୁଭବ ହେବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ଘରେ ସୁଖ-ଶାନ୍ତିର ବାତାବରଣ ରହିବ।ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ଧର୍ମର କାମକରିବାରେ ଧନ ଖର୍ଚ୍ଚ ହୋଇପାରେ। ଲୋଭରେ ପଡ଼ନ୍ତୁନାହିଁ, ଏହାର ଧ୍ୟାନ ରଖିବେ। ଜମି, ବାସଗୃହ ଆଦିର କାଗଜପତ୍ରକୁ କାହାକୁ ଦେଖାନ୍ତୁ ନାହିଁ। ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ,ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

ବୃଷ : ଆଜି ଆପଣ ନିଜର ମାର୍ଗ ଦର୍ଶନ ପାଇଁ ନିଜର ଆଧ୍ୟାତ୍ମିକତ୍ଜ୍ଞାନର ସାହାରା ନେବେ ।ବୋଧ ହୁଏ ଆପଣ କୌଣସି ଆଧ୍ୟାତ୍ମିକ ବ୍ୟକ୍ତିଙ୍କର ଉପଦେଶେ ନେଇପାରନ୍ତି । ଏହି ବ୍ୟକ୍ତିଙ୍କର ଉପଦେଶ ଉପରେ ଆପଣ ଭରଷା କରିପାରନ୍ତି । ଆଜି ନକାରାତ୍ମକ ମାନସିକତା ସହିତ ବ୍ୟବହାର ନ କରିବାକୁ ଉପଦେଶ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥ ରହିବେ। ମନରେ ଦୁଃଖ ଏବଂ ଅସନ୍ତୋଷର ଭାବନା ରହିବ। ଆଖିରେ ପୀଡ଼ା ହେବାର ଆଶଂକା ଅଛି। ପାରିବାରିକ ବାତାବରଣ ଅନୁକୂଳ ରହିବ ନାହିଁ। ଧନର ଅଧିକ ଖର୍ଚ୍ଚ ହେବ।ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ : ଏହି ସମୟ ଆପଣଙ୍କର ଯୋଗୀ ପରୀକ୍ଷାରେ ଭାଗ ନେବାର ଉପଯୁକ୍ତ ସମୟ । ଆପଣ ନିଶ୍ଚୟ ସଫଳ ହେବେ । ଏହି ପରୀକ୍ଷାରେ ଆତ୍ମବିଶ୍ୱାସର ସହ ଭାଗ ନିଅନ୍ତୁ  | ଉଗ୍ର ସ୍ଵଭାବ ଉପରେ ନିୟନ୍ତ୍ରଣ ରଖିବେ। ଶାରୀରିକ ଏବଂ ମାନସିକ ସ୍ତରରେ ଶିଥିଳତା ଅନୁଭବ କରିବେ। ଅଧିକ ପରିଶ୍ରମ ପରେ ମଧ୍ୟ ଅଳ୍ପ ସଫଳତା ପ୍ରାପ୍ତ ହେବ। ସନ୍ତାନମାନଙ୍କର ବିଷୟରେ ମଧ୍ୟ ଆପଣଙ୍କୁ ଚିନ୍ତା ରହିବ। ବ୍ୟସ୍ତତା ଯୋଗୁଁ ପରିଜନମାନଙ୍କ ଉପରେ କମ ଧ୍ୟାନ ଦେଇ ପାରିବେ। ଉଦର ରୋଗରେ ପେଟରେ ଯନ୍ତ୍ରଣାର ଆଶଂକା ଅଛି। ଯାତ୍ରା ଯଦି ହୁଏ ତେବେ ଆଜି ଟାଳିବାକୁ ଚେଷ୍ଟା କରିବେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ପ୍ରାପ୍ତ ହେବ।ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

rasi2

କର୍କଟ : ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ । ଚାକିରି- ଧନ୍ଦା କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରି, ଯାତ୍ରାର ଆୟୋଜନ କରିବେ, ବିବାହୋତ୍ସୁକ ଯୁବକ-ଯୁବତୀମାନଙ୍କର ବିବାହ ପାଇଁ ସୁବର୍ଣ୍ଣ ସୁଯୋଗ ଆସିବ। ପୁତ୍ର ତଥା ପତ୍ନୀଙ୍କଠାରୁ ଲାଭ ହେବ। ବୃଦ୍ଧ ଏବଂ ବୃଦ୍ଧ ବନ୍ଧୁ ମଧ୍ୟ ଆପଣଙ୍କ ଲାଭରେ ନିମିତ୍ତ ବନିବେ। ସ୍ନେହୀଜନ ଏବଂ ମିତ୍ରମାନଙ୍କ ତରଫରୁ ଲାଭ ମିଳିବ। ଉଚ୍ଚ ପଦାଧିକାରିମାନଙ୍କର କୃପାଦୃଷ୍ଟି ରହିବ। ସାଂସାରିକ ଜୀବନରେ ଆନନ୍ଦ ଅନୁଭବ କରିବେ।ପ୍ରତିକାର : ପିତା ମାତାଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।

ସିଂହ – ଆଜିର ଦିନ ସତେଜତା ଏବଂ ଫୂର୍ତ୍ତିରେ ପରିପୂର୍ଣ୍ଣ ରହିବ। ଉତ୍ତମ ଭୋଜନ, ସୁନ୍ଦର ବସ୍ତ୍ର ଏବଂ ମିତ୍ର ତଥା ସ୍ଵଜନମାନଙ୍କ ସହିତ ଆପଣଙ୍କ ଦିନ ଖୂବ ଆନନ୍ଦରେ କଟିବ। ଦାମ୍ପତ୍ୟ ଜୀବନରେ ସୁଖ-ସନ୍ତୋଷର ଅନୁଭବ କରିବେ। ଆର୍ଥିକ ଲାଭ ଏବଂ ଆୟୋଜନ ପାଇଁ ଅନୁକୂଳ ଦିନ ଅଟେ। ଖର୍ଚ୍ଚ ଅଧିକ ହେବ।  ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।ସ୍ଵାସ୍ଥ୍ୟ ପ୍ରତି ଆଜି ଅଧିକ ଧ୍ୟାନ ରଖିବାର ଆବଶ୍ୟକତା ଅଛି। ସ୍ଵାସ୍ଥ୍ୟ ପଛରେ ଧନର ଖର୍ଚ୍ଚ ମଧ୍ୟ ହୋଇପାରେ। ଆଜି ଖାଇବା ପିଇବା ଘରେ ହିଁ କରନ୍ତୁ ତେବେ ଭଲ ହେବ। ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ.ପ୍ରତିକାର-ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା – ଜଗନ୍ନାଥଙ୍କର କୃପାରେ ନୂଆ କାର୍ଯ୍ୟଗୁଡ଼ିକର ପ୍ରାରମ୍ଭ କରିବା ପାଇଁ ମନରେ ସ୍ଥିର ହୋଇଥିବା ଯୋଜନା ସଫଳ ହେବ। ପିତାଙ୍କ ସହିତ ଆତ୍ମୀୟତା ବଢ଼ିବ। ତାଙ୍କଠାରୁ ଲାଭ ହେବ। ବ୍ୟାପାରୀ ଏବଂ ଚାକିରିବାଲାଙ୍କୁ ନିଜ କ୍ଷେତ୍ରରେ ଆଗକୁ ବଢ଼ିବାର ଯୋଗ ଅଟେ। ଧନ, ମାନ- ସମ୍ମାନରେ ବୃଦ୍ଧି ହେବ। ସରକାରଙ୍କର ତରଫରୁ ଲାଭ ହେବ। ଅସୂଲୀ କିମ୍ବା ବ୍ୟାପାର କାମରେ ଯାତ୍ରା କରିପାରନ୍ତି। ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ। ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି,ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

rasi3

ତୁଳା – ଆପଣଙ୍କୁ ନୂଆ କାର୍ଯ୍ୟ କରିବାର ପ୍ରେରଣା ମିଳିବ। ଅବଶ୍ୟ କିଛି ମାମଲାରେ ଅସୁବିଧା ମଧ୍ୟ ହୋଇପାରେ। ଚାକିରି କିମ୍ବା ବ୍ୟବସାୟରେ ପ୍ରତିଦ୍ୱନ୍ଦୀ ବାତାବରଣ ରହିବ। ଲଘୁ ଯାତ୍ରାର ସଂଯୋଗ ଅଛି। ଭାଇ- ବନ୍ଧୁମାନଙ୍କ ସହିତ ମିଳାମିଶା ରହିବ। ସେଥିରେ ଲାଭ ହେବ। ମହିଳାମାନଙ୍କ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।  ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ। ଯଶ କୀର୍ତ୍ତି ପ୍ରାପ୍ତ ହେବାରେ ସରଳତା ରହିବ। ବ୍ୟାପାର କ୍ଷେତ୍ରରେ ଭାଗିଦାରୀ ସହିତ ସମ୍ବନ୍ଧ ସକାରାତ୍ମକ ରହିବ। ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ। ପ୍ରତିକାର-ଗୁଡ଼ ଓ ଗହମ ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଛା -କିଛି ନିଷ୍ପତି ନେବାରେ ଆଜି ମନର ସ୍ଥିତିରେ ଦ୍ୱନ୍ଦ୍ୱ ରହିବ। ଆଜି ନୂଆ କାର୍ଯ୍ୟର ଆରମ୍ଭ କରିବା ଉଚିତ ନୁହେଁ। କଥାବାର୍ତ୍ତାରେ ଆପଣଙ୍କ ବ୍ୟବହାରରେ ସଂଘର୍ଷ ହୋଇପାରେ। ଆର୍ଥିକ ଲାଭ ହେବ। ବିଦ୍ୟାର୍ଥିମାନଙ୍କପାଇଁ ଭଲ ସମୟ ଅଟେ। ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।ବାଦ-ବିବାଦରେ ଫସନ୍ତୁ ନାହିଁ। ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ। ବିଦ୍ୟାର୍ଥିମାନଙ୍କପାଇଁ ଅଭ୍ୟାସରେ ସଫଳତା ପ୍ରାପ୍ତ ହେବାରେ ତାଙ୍କର ଉତ୍ସାହରେ ବୃଦ୍ଧି ହେବ।ପ୍ରତିକାର-ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ – ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ ।ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ସମାଜରେ ମାନ-ସମ୍ମାନ ମିଳିବ। ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ,ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ।

rasi4

ମକର – ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ। ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ। ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି। ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ,ପ୍ରତିକାର : କଳା କୁକୁରର ସେବା କରନ୍ତୁ

କୁମ୍ଭ – ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।  ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ ।ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି। ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ,ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ମୀନ – ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ । ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ

Leave a Reply

Your email address will not be published. Required fields are marked *